ଶ୍ରୀମନ୍ଦିରର ବାଇଶି ପାହାଚକୁ ନେଇ ରହିଛି ଅନେକ କିମ୍ବଦନ୍ତୀ ।
ବେଢ଼ାରୁ ଭକ୍ତ ଦ୍ୱାର ଦେଇ ପ୍ରବେଶ କରିବାକୁ ଥିବା ପାହାଚ ହେଉଛି ବାଇଶି ପାହାଚ ।
ରାଜା ଭାନୁଦେବ ନାମରେ ଜଣେ ନିଃସନ୍ତାନ ରାଜା ଜମ୍ବେଶ୍ଵରଙ୍କୁ ଆରାଧନା କରି ସୁନ୍ଦର ପୁତ୍ର ସନ୍ତାନଟିଏ ଲାଭକଲେ ।
ଜାତକ ତିଆରି କଲାବେଳେ ରାଜା ଜାଣିଲେ ତାଙ୍କ ପୁତ୍ରର ଆୟୁଷ କେବଳ ୨୨ବର୍ଷ ରହିଛି ।
ପୁତ୍ରର ଅଳ୍ପାୟୁ ବାବଦରେ ଅବଗତ ହୋଇ ରାଜା ଭାନୁଦେବ ପୁନଶ୍ଚ ଜମ୍ବେଶ୍ଵରଙ୍କୁ ଆରାଧନା କଲେ।
ଜମ୍ବେଶ୍ଵର ରାଜାଙ୍କ ଭକ୍ତିରେ ସନ୍ତୁଷ୍ଟ ହୋଇ ଶ୍ରୀମନ୍ଦିର ଭିତରେ ବାଇଶି ପାହାଚ ନିର୍ମାଣ କରିବାକୁ ଆଜ୍ଞା ଦେଲେ ।
ଏହାପରେ ରାଜା ବାଇଶି ପାହାଚ ନିର୍ମାଣ କରିଲେ ।
ଏହାପରେ ସନ୍ତାନର ଆୟୁ ବୃଦ୍ଧି ପାଇଁ ସେହି ବାଇଶି ପାହାଚରେ ଗଡ଼ାଇ ଦେଇଥିଲେ ।
ଶ୍ରଦ୍ଧାଳୁମାନେ ସେଥିପାଇଁ ନିଜ ନିଜ ପିଲାମାନଙ୍କର ଆୟୁଷ ବୃଦ୍ଧି ନିମନ୍ତେ ବାଇଶି ପାହାଚରେ ଗଡ଼ାଇ ଦେଇଥାନ୍ତି ।
ତେବେ ଏହି ବାଇଶି ପାହାଚର ମଧ୍ୟ ନାମ ରହିଛି ।
ଫଣା ଟେକି ବସିଛି ମଣିନାଗ! ଅଧିକ ପଢ଼ିବା ପାଇଁ ଲିଙ୍କ ଉପରେ କ୍ଲିକ୍ କରନ୍ତୁ
ଫଣା ଟେକି ବସିଛି ମଣିନାଗ! ଅଧିକ ପଢ଼ିବା ପାଇଁ ଲିଙ୍କ ଉପରେ କ୍ଲିକ୍ କରନ୍ତୁ
Learn more